ସୋନପୁର ଗଡଜାତରେ ଲୋକେ ଆନନ୍ଦ ଉହ୍ଲାସରେ ନିର୍ଦ୍ଧାରିତ ଲଗ୍ନରେ ନବାନ୍ନ ଭକ୍ଷଣ କରିଛନ୍ତି । ନୂଆଁଖାଇରେ ଖାଲି ଯେ ଅନ୍ୟବୈଞ୍ଜନ , ପୀଠାପଣା ଆଦି ତିଆରି କରି ଖାଆନ୍ତି ତାହା ନୁହେଁ , ଇଷ୍ଟଦେବୀ ମାଁ ସୁରେଶ୍ୱରୀଙ୍କ ପାଖରେ ଲାଗିହୁଏ ନାନାଦି ଭୋଗ ।ଆଉ ଏହି ଭୋଗ ପାହୁର ଯାତ୍ରାରେ ଯାଇ ଅଷ୍ଟଚଣୀଙ୍କ ପାଖରେ ଲାଗିଥାଏ ।ସୁବର୍ଣ୍ଣପୁର ରେ ପାହୁର ପରମ୍ପରା ଉପରେ ଆମର ସ୍ବତନ୍ତ୍ର ରିପୋର୍ଟ ।ସୋନପୁର ଗଡଜାତର ରାଜା ମହାରାଜାମାନେ ପାହୁର ପରି ଏକ ସ୍ୱତନ୍ତ୍ର ପରମ୍ପରା ଆରମ୍ଭ କରି ଯାଇଛନ୍ତି ନୂଆଁଖାଇ ପାଇଁ ।ରାଜୁଡା ଅମଳର ଏହି ପାହୁର କିନ୍ତୁ ଆଜି ବି ମଳିନ ପଡି ନାହିଁ ।ସୁବର୍ଣ୍ଣପୁର ସହରର ଇଷ୍ଟଦେବୀ ମାଁ ସୁରେଶ୍ୱରୀ, ଭଗବତୀ, ଖମ୍ବେଶ୍ୱରୀ, ସମଲେଶ୍ୱରୀ, ବୁଢି ସମଲେଇ ଆଦି ଅଷ୍ଟଚଣ୍ଡୀଙ୍କ ସମେତ ହନୁମାନଙ୍କ ପାଇଁ ପାହୁର ନୂଆଁଖାଇର ସ୍ୱତନ୍ତ୍ର ଭୋଗଖଞ୍ଜା କରାଯାଏ ।ମାଁ ସମଲେଇଙ୍କ ମନ୍ଦିରରେ ପାହୁର ପ୍ରସ୍ତୁତ ହୋଇ ସମସ୍ତ ଦେବୀଙ୍କ ପାଖରେ ଲାଗି ହେଲା ପରେ ସୋନପୁର ଗଡଜାତବାସୀ ନବାନ୍ନ ଭକ୍ଷଣ କରିଥାନ୍ତି ।ଶହ ଶହ ବର୍ଷ ହେଲା ଏହି ପାହୁର ଯାତ୍ରା ବଡ ଜାକଜମକରେ ପାଳିତ ହେଉଥିବା ବେଳେ ଚଳିତ ବର୍ଷ କୋଭିଡ କଟକଣା ପାଇଁ କେବଳ ନିର୍ଦ୍ଦିଷ୍ଟ ରିତୀ ନିତୀରେ ପାଳିତ ହୋଇଛି । ପାହୁରରେ ସରୁ ବାସମତୀ ଅରୁଆ ଚାଉଳ, ମୁଗ, ଘିଅ, ଗୁଡ, ପନିପରିବ, ପୀଠାପଣା ପାଇଁ ସାମଗ୍ରୀ ସହିତ ନୂଆଁଧାନ, ପଞ୍ଚାମୃତ ଆଦିର ବ୍ୟବସ୍ଥା କରାଯାଇଛି ରାଜୁଡା ଅମଳରୁ ।ପ୍ରତିବର୍ଷ ଢୋଲ, ମହୁରୀ, ନିଶାନ ଆଦି ବାଦ୍ୟ ବଜାଇ ଏକ ଆଡମ୍ବରପୂର୍ଣ୍ଣ ଶୋଭାଯାତ୍ରାରେ ପାହୁର ସମଲେଶ୍ୱରୀ ପୀଠରୁ ଅଷ୍ଟଚଣ୍ଡୀ ଓ ହନୁମାନଙ୍କ ଯାଇଥାଏ ।ହେଲେ ଚଳିତ ବର୍ଷ କରୋନା କଟକଣା ଯୋଗୁଁ ବିନା ଭକ୍ତ ତଥା ଶୋଭାଯାତ୍ରାରେ ଏହି ପାହୁର ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ।ଦେବୀଙ୍କ ପାଖରେ ଏସବୁର ଭୋଗ ପ୍ରସ୍ତୁତ ହୋଇ ଲାଗିବା ପରେ ସୋନପୁର ଗଡଜାତର ରାଜ୍ୟବାସୀ ତଥା ବୌଦ୍ଧର ପଞ୍ଚରା ଅଞ୍ଚଳର ଲୋକେ ନବାନ୍ନ ଗ୍ରହଣ କରିଛନ୍ତି।
0 Comments