ଭୁବନେଶ୍ୱର: ରାଜ୍ୟର ୧୪ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ସହିତ ଘଡ଼ଘଡ଼ି ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ମାଲକାନାଗିରି, କୋରାପୁଟ୍, କଳାହାଣ୍ଡି, ଦେଓଗଡ଼, ନବରଙ୍ଗପୁର ଓ ସୁନ୍ଦରଗଡ଼ ରହିଛି ।
0 Comments