ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କଲେ ରାଜ୍ୟ ଲେବର କମିଶନର ଡ଼ଃ. ଏନ୍ ଥିରୁମାଲା ନାୟକ । ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ପାରିମିତା ମିଶ୍ର କାର୍ଯ୍ୟରେ ଅବହେଳା କରୁଥିବା ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଅଧିକାରିଣୀ ନିଜ କାର୍ଯ୍ୟ ଶୈଳୀରେ ସୁଧାର ଆଣିନଥିଲେ । ଯାହାଫଳରେ ରାଜ୍ୟ ଶ୍ରମ ଆୟୁକ୍ତ ଡ଼ଃ. ଏନ୍ ଥିରୁମାଲା ନାୟକ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରିଣୀ ପାରିମିତା ମିଶ୍ରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିବା ନେଇ ସୂଚନା ମିଳିଛି । ପୂର୍ବରୁ କୋଭିଡ୍ ପରିଚାଳନାରେ ଅବହେଳା କରି ଦୁଇ ବର୍ଷ ତଳେ ପାରିମିତା ମିଶ୍ର ନିଲମ୍ବିତ ହୋଇଥିଲେ। ବିଭିନ୍ନ ସମୟରେ କାର୍ଯ୍ୟରେ ଅବହେଳା କରୁଥିବା ନେଇ ଜିଲ୍ଲାର ବିଭିନ୍ନ ଶ୍ରମିକ ସଂଗଠନ ଅଭିଯୋଗ କରୁଥିଲେ । ଏନେଇ ଦୁଇ ଦିନ ତଳେ ଟୁଇଟରରେ ଅଭିଯୋଗ ଦେଖି ତତକ୍ଷଣାତ୍ ପଦକ୍ଷେପ ନେଇଛନ୍ତି ଲେବର କମିଶନର ଡ଼ଃ. ନାୟକ।
0 Comments