ଉତ୍ସର୍ଗ ଅନୁଷ୍ଠାନର ପ୍ରୟାସରେ ୧୦ ବର୍ଷ ପରେ ପୁଅକୁ ଫେରି ପାଇଲେ ପରିବାର ଲୋକେ

 ଉତ୍ସର୍ଗ ଅନୁଷ୍ଠାନର ପ୍ରୟାସରେ ୧୦ ବର୍ଷ ପରେ ପୁଅକୁ ଫେରି ପାଇଲେ ପରିବାର ଲୋକେ


ଜ଼ିଲ୍ଲା ପ୍ରଶାସନ ବଢ଼ାଇଲା ସହଯୋଗର ହାତ


୧୦ ବର୍ଷ ହେଲା ନିଖୋଜ ରହିଥିବା ପୁଅ ମରିଯାଇଥିବ ଭାବି ଶୁଦ୍ଧିକ୍ରିୟା କରିବାକୁ ବନ୍ଧୁପରିଜନ ପରାମର୍ଶ ଦେଉଥିବା ବେଳେ ହଠାତ୍ ପୁଅ ଜିବିତ ରହିଥିବା ନେଇ ଖବର ପାଇଥିଲେ l ପୁଅ ଜିବିତ ରହିଥିବା ଖବର ପାଇ ଖୁସିରେ ଆତ୍ମହରା ହୋଇ ପଡିଥିଲେ ପରିବାରର ଲୋକେ l ବୌଦ୍ଧର ଅନ୍ୟତମ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍ସର୍ଗ ପକ୍ଷରୁ ଏନେଇ ପରିବାର ଲୋକଙ୍କୁ ସୂଚନା ଦିଆଯାଇଥିଲା l ବିହାରରୁ ୧୦ ବର୍ଷ ତଳେ ସାମାନ୍ୟ ମାନସିକ ବିକୃତି ସାଙ୍ଗକୁ ନିଶା ସେବନର କୁଅଭ୍ୟାସ ଫଳରେ ମିଟୁ ପାଣ୍ଡେ ନାମକ ଯୁବକ ଘର ଛାଡି କୁଆଡେ ପଳାଇଥିଲେ l ଘର ଲୋକେ ଅନେକ ଖୋଜାଖୋଜି କରିବା ପରେ ମଧ୍ୟ କୌଣସି ଖବର ପାଇପାରିନଥିଲେ l ଅନ୍ୟପଟେ ବୌଦ୍ଧରେ ମାନସିକ ବିକୃତି ଥିବା ଜଣେ ଯୁବକ ନିଶା ସେବନ କରି ଦିନ ସାରା ଶାନ୍ତଶିଷ୍ଟ ଭାବରେ ବଜାର ମଧ୍ୟରେ ପରିଭ୍ରମଣ କରୁଥିଲେ l ଏହାକୁ ଠାବ କରିଥିଲେ ଉତ୍ସର୍ଗର ଆବାହକ ସଂପଦ କୁମାର ଅଗ୍ରୱାଲା ଏବଂ ସଦସ୍ୟ ଲୋକନାଥ ଗୁପ୍ତା l ବହୁଦିନ ଧରି ନିଶାଗ୍ରସ୍ତ ଅବସ୍ଥାରେ ରହୁଥିବା ଯୁବକ ସହିତ କଥାବାର୍ତା ହୋଇ ପରିବାର ସଂପର୍କରେ ସୂଚନା ହାସଲ କରିଥିଲେ l ସ୍ୱଳ୍ପ ସୂଚନାକୁ ଆଧାର କରି ଅନେକ ଖୋଜାଖୋଜି କରିବା ପରେ ମିଟୁର ଘର ବିହାରର ଲକ୍ଷିସରାୟ ଜ଼ିଲ୍ଲା ଅନ୍ତର୍ଗତ ମସହୋରା ଗ୍ରାମ ସଂପର୍କରେ ଜଣାପଡିଥିଲା l ପରେ ସେଠାକାର ସରପଞ୍ଚଙ୍କ ସହ ଯୋଗାଯୋଗ କରି ମିଟୁର ପରିବାରଙ୍କୁ ମିଟୁ ସଂପର୍କରେ ସୂଚନା ଦିଆଯାଇଥିଲା l


ପ୍ରଥମରୁ ଅବିସ୍ୱାସ କରୁଥିବା ପରିବାର ଲୋକଙ୍କୁ ମିଟୁର ଫୋଟ ପଠାଇବା ସହିତ ଅନେକ ଆଲୋଚନା କରିବା ପରେ ସେମାନେ ବୁଝିପାରିଥିଲେ l ପରେ ମିଟୁର ବାପା ଦିଲିପ କୁମାର ପାଣ୍ଡେ , ଭେଣେଇ ସୁଧାକର ପାଣ୍ଡେ, ଭାଇ ସୋନୁ ପାଣ୍ଡେ ଓ ଗୁଡୁ ପାଣ୍ଡେ ବୌଦ୍ଧ ଆସି ପହଁଚିଥିଲେ l ମିଟୁ ସହିତ ଭେଟ ହେବା ସହିତ ମିଟୁର ଅବସ୍ଥା ଦେଖି ତାର ବାପାର ଆଖିରୁ ମଧ୍ୟ ଲୋହ ଝରିପଡିଥିଲା l ଉତ୍ସର୍ଗର ସଦସ୍ୟମାନଙ୍କ ସହାୟତାରେ ମିଟୁକୁ ବାଳଦାଢ଼ୀ କଟାଯିବା ସହ ଗାଧୋଇ ନୂଆ ଡ୍ରେସ ପିନ୍ଧାଯାଇଥିଲା l ଏସବୁ ହେବାପରେ ତାକୁ ଘରକୁ କିପରି ସୁରକ୍ଷିତ ଭାବେ ଫେରାଇ ନିଆଯିବ ସେନେଇ ସମସ୍ୟା ଦେଖାଦେଇଥିଲା l ମିଟୁର ବାପାଙ୍କ ଆର୍ଥିକ ସ୍ୱଚ୍ଛଳ ଭଲ ନଥିବାରୁ ଗାଡି କରି ବିହାରକୁ ନେବା ସମ୍ଭବ ହୋଇପାରୁନଥିଲା l ଏହି ସମୟରେ ଜ଼ିଲ୍ଲା ପ୍ରଶାସନ ସହଯୋଗର ହାତ ବଢ଼ାଇଥିଲା l ଜ଼ିଲ୍ଲା ପାଳ ସତ୍ୟରଂଜନ ସାହୁ ସମସ୍ତ ବିଷୟରେ ଅବଗତ ହେବାପରେ ପ୍ରଶାସନ ପକ୍ଷରୁ ରେଡକ୍ରସ ମାଧ୍ୟମରେ ଏକ ଗାଡି ଯୋଗାଇ ଦେଇଥିଲେ l ଜ଼ିଲ୍ଲାପାଳ ସତ୍ୟରଂଜନ ସାହୁ ମିଟୁ ଓ ତାର ପରିବାର ସଦସ୍ୟମାନଙ୍କ ସହିତ ଆଲୋଚନା କରିବା ସହିତ ୧୦ ବର୍ଷ ପରେ ହେଲେବି ପରିବାର ଲୋକେ ହଜିଯାଇଥିବା ପୁଅକୁ ଫେରିପାଇଥିବାରୁ ଶୁଭେଚ୍ଛା ଜଣାଇଥିଲେ l ଏହି ସମସ୍ତ କାର୍ଯ୍ୟକ୍ରମରେ ଉତ୍ସର୍ଗର ସଦସ୍ୟ ଦିପକ ଅଦର, ମିଥୁନ ସାହୁ, ବିନୋଦ ଗୁପ୍ତା, ଦେବାଶିଷ ପୁରୋହିତ, ସାମ୍ବାଦିକ ସତ୍ୟନାରାୟଣ ପାଣି ପ୍ରମୁଖ ସହଯୋଗ କରିଥିଲେ l ମିଟୁ ଓ ତାର ପରିବାର ଲୋକେ ଜ଼ିଲ୍ଲାପାଳଙ୍କୁ ସାକ୍ଷାତ କରିବା ସମୟରେ ଏନ୍‌ଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ଡିଆଇପିଆରଓ ରିତାକାନ୍ତି ବଳିୟାର ସିଂ ଙ୍କ ସମତେ ଅନ୍ୟମାନେ ଉପସ୍ଥିତ ରହିଥିଲେ l ବୌଦ୍ଧ ଜ଼ିଲ୍ଲା କଣ୍ଟାମାଳ ରୁ ବାସୁଦେବ ଷାଣ୍ଡ ଙ୍କ ରିପୋର୍ଟ

Post a Comment

0 Comments