ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ଆଜି ଭୋରରୁ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ ବସ୍ଟି ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ଜଣ ଅବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି।
0 Comments