ନୟାଗଡ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ରେ ଅନୁଷ୍ଠିତ ସଙ୍ଗୀତ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଦୀପିକା ପ୍ରିୟଦର୍ଶିନୀ ସାହୁ । ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଉଦୟପୁର ପଞ୍ଚାୟତ ଜିଗିନି ପଡ଼ା ଗ୍ରାମର ଦୀପିକା ପ୍ରିୟଦର୍ଶିନୀ ସାହୁ ନୂଆଗାଁ ବାଳିକା ଉଚ୍ଚ ବିଦ୍ୟାଳୟ ରେ ନବମ ଶ୍ରେଣୀ ରେ ଅଧ୍ୟୟନ କରୁଛନ୍ତି ।ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ରେ ସଙ୍ଗୀତ ପ୍ରତିଯୋଗିତାରେ ଦୀପିକା ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି । କୃତିତ୍ୱ ଅର୍ଜନ କରିଥିବା ଦୀପିକା ପ୍ରିୟଦର୍ଶିନୀ ସାହୁ ଙ୍କୁ ନ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ,ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର ବାରିକ ପୁରସ୍କୃତ କରିଥିଲେ ।
0 Comments