ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ଶିବିରରେ ସମୁଦାୟ ୮୬ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିମଧ୍ୟରୁ ୭୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବା ସହ ୯ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି, ଏବଂ ୩ ଗୋଟି ଗ୍ରାମବାସୀଙ୍କ ଅଭିଯୋଗ ହୋଇଥିଲା। ଏଥିରୁ ୨୬ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ନୂଆଗାଁ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ନୂଆଗାଁ ବିଡିଓ, ତହସିଲଦାରଙ୍କ ସମେତ ସମେତ ବହୁ ଜିଲ୍ଲା ଏବଂ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
0 Comments