ଅକ୍ଷୟ ତୃତୀୟା ବ୍ରତ

 .   *🌹🌹🕉️ ଅକ୍ଷୟ ତୃତୀୟା ବ୍ରତ 🕉️🌹🌹*

➖➖➖➖➖➖➖➖➖➖➖➖



*🎪 ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ । ଏହାକୁ ବ୍ରତ ରୂପେ ପାଳନ କରାଯାଏ । ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍‌ଯାପନ କରନ୍ତି । ଏହିଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା । ସେ ତା’ ଜୀବନରେ କିଛି ଦାନ ଧର୍ମକାର୍ଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା । ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର୍ଯ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା । କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା । ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ । ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା । ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ । ଦୂତମାନେ ଆଶ୍ଚର୍ଯ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା । ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ । ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି । ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି । ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି।*


.            *ଆପଣଙ୍କ ଜୀବନ ମଙ୍ଗଳ ମୟ ହେଉ*

.    *🙏🙏🙏ଜୟ ଜଗନ୍ନାଥ ସ୍ବାମୀ 🙏🙏🙏*

Post a Comment

0 Comments