ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ରାମେଶ୍ବର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଖାଲମଡା ରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଗ୍ରାମ ସଭାପତି ଅଲେଖ ସିଠ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ଅରୁଣ କୁମାର ପ୍ରଧାନ ଙ୍କୁ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଶିକ୍ଷକ ,ଶିକ୍ଷୟତ୍ରୀ ମାନପତ୍ର,ଉପ ଢୌକନ ଦେଇ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ।ସେହିପରି ସହକାରୀ ଶିକ୍ଷକ କୁଳମଣି ନାୟକ ଙ୍କୁ ଉପ ଢୌକନ ଦେଇ ବିଦାୟୀ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ଅରୁଣ କୁମାର ପ୍ରଧାନ କିପରି ଦାୟିତ୍ବବାନ,ଛାତ୍ର ବତ୍ସଳ ଶିକ୍ଷକ ଥିଲେ ସେ ଉପରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି,ଶିକ୍ଷକ ,ଶିକ୍ଷୟତ୍ରୀ ,ଛାତ୍ର ଛାତ୍ରୀ କହିଥିଲେ।ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ଦିଲ୍ଲୀପ କୁମାର ସ୍ବାଇଁ ପରିଚାଳନା କରିଥିଲେ.
0 Comments