ନୂଆଗାଁ ବ୍ଲକ ପରିସରେ ଜିଲ୍ଲା ପାଳଙ୍କ ଜନଶୁଣାଣୀ ଶିବିର,37ଟି ମାମଲା ତୁରନ୍ତ ସମାଧାନ




ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳ ଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି  ଶିବିରରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ , ଉପ ଜିଲ୍ଲାପାଳ ଶକ୍ତିକାନ୍ତ ରାୟ,ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ, ନୂଆଗାଁ ବିଡ଼ିଓ ସଚ୍ଚିଦାନନ୍ଦ ମିଶ୍ର, ନୂଆଗାଁ  ତହସିଲଦାର ହେମନ୍ତ କୁମାର ନାୟକ ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ସହିତ ସମସ୍ତ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।ଉକ୍ତ ଅଭିଯୋଗ ପ୍ରକୋଷ୍ଟ୍ରେ ରେ ମୋଟ ୧୦୪ଟି ଆପତ୍ତି ଅଭିଯୋଗ ଆସିଥିଲା। ସେଥି ମଧ୍ୟରେ ୬୮ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୯ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୨୬ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା , ରେଡ଼କ୍ରସ ରୁ ୧ଜଣ ଅଭିଯୋଗ କରିଥିଲା ବେଳେ ସେଥି ମଧ୍ୟରୁ ୩୭ଟି ତୁରନ୍ତ ସମାଧାନ ହୋଇଥିଲା।

Post a Comment

0 Comments