ନୟାଗଡ ଜିଲ୍ଲା ମହିପୁର ସରକାରୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ମଧ୍ୟରେ ଆଜି ନବୀନ ଓଡିଶା କ୍ରିଡା ,ସାଙ୍କୃତିକ ଓ ସାମାଜିକ କାର୍ଯ୍ୟକ୍ରମ ଉଦ୍ଘାଟନ ହୋଇଯାଇଛି ।ଉକ୍ତ କାର୍ଯ୍ୟ କ୍ରମରେ ମାନ୍ୟବର ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ।ତତ ସହିତ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ,ସମ୍ମାନିତ ଅତିଥି ଭାବରେ ଉପଶିକ୍ଷା ଅଧିକାରୀ ବସନ୍ତ କୁମାର ନାୟକ ,ନୂଆଗାଁ ମଣ୍ଡଲ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ,୧୭ ନଂ ଜିଲ୍ଲା ପରିଷଦ ସଭ୍ୟାଙ୍କ ପ୍ରତିନିଧି ଦିଲୀପ ଦଳବେହେରା ନୂଆଗାଁ ବ୍ଲକ ଅଧକ୍ଷ୍ୟାଙ୍କ ପ୍ରତିନିଧି ସଂକର୍ଷଣ ବେହେରା ଯୋଗଦେଇଥିଲେ । ବିଦ୍ୟାଳୟର ସମସ୍ତ କମିଟିର ସଭାପତି ଓ ସଭ୍ୟ ଉପସ୍ଥିତ ରହିଥିଲେ । ଉକ୍ତ କାର୍ଯ୍ୟ କରାମତି ବିଦ୍ୟାଳୟର ଅଧକ୍ଷ ନିରଞ୍ଜନ ଦାଶ ଙ୍କ ତତ୍ବାବଧାନରେ ଆରମ୍ଭ ହୋଇଥିଲେ । ସମସ୍ତ ଅତିଥି ମାନଙ୍କ ଉପସ୍ଥିତିରେ ନବୀନ ଓଡିଶା କ୍ରିଡା ,ସଙ୍କୃତି ଓ ସାମାଜିକ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଥିଲା ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।
ବିଦ୍ୟାଳୟ ପରିସରରେ ୪ ଦିନ ଧରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତହେବ ତତ ସହିତ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ସାମାଜିକ ସଚେତାନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।ଛାତ୍ରଛାତ୍ରୀ ମାନେ ପ୍ରଥପ୍ରାନ୍ତରେ ନାଟକ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରିବେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷତ୍ରି ଉପସ୍ଥିତ ରହିଥିଲେ ।
0 Comments