ନୂଆଗାଁ ବ୍ଲକ ପରିସରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଶିବିର, ୯୮ଟି ମାମଲା ତୁରନ୍ତ ସମାଧାନ

 



 

ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳ ଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି  ଶିବିରରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ , ଅତିରିକ୍ତ  ଆରକ୍ଷୀ ଅଧିକ୍ଷକ ସୁବାଶ ଚନ୍ଦ୍ର ପଣ୍ଡା , ନୂଆଗାଁ ବିଡ଼ିଓ ବାସୁଦେବ ନାୟକ, ନୂଆଗାଁ  ତହସିଲଦାର ହେମନ୍ତ କୁମାର ନାୟକ ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ସହିତ ସମସ୍ତ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଉକ୍ତ ଅଭିଯୋଗ ପ୍ରକୋଷ୍ଟ୍ରେ ରେ ମୋଟ ୨୨୬ଟି ଆପତ୍ତି ଅଭିଯୋଗ ଆସିଥିଲା। ସେଥି ମଧ୍ୟରେ ୧୫୫ ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୧୧ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୬୦ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା , ରେଡ଼କ୍ରସ ରୁ 0 ଜଣ ଅଭିଯୋଗ କରିଥିଲା ବେଳେ ସେଥି ମଧ୍ୟରୁ ୯୮ଟି ତୁରନ୍ତ ସମାଧାନ ହୋଇଥିଲା।


Post a Comment

0 Comments