ନୂଆଗାଁ ବ୍ଲକ ପରିସରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଶିବିର, ୧୭ ଟି ମାମଲା ତୁରନ୍ତ ସମାଧାନ



ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼  ଜିଲ୍ଲାପାଳ ଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି  ଶିବିରରେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ  କର୍ଣନଦେବ  ସମଦଦର , ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍, ଦିଲୀପ କୁମାର ବଳ , ସିଡିଓ-ତଥା-କାର୍ଯ୍ଯ଼ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଦେବଦୂତ ପଣ୍ଡା , ନୂଆଗାଁ ବିଡ଼ିଓ ବାସୁଦେବ ନାୟକ, ନୂଆଗାଁ  ତହସିଲଦାର ହେମନ୍ତ କୁମାର ନାୟକ ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ସହିତ ସମସ୍ତ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଉକ୍ତ ଅଭିଯୋଗ ପ୍ରକୋଷ୍ଟ୍ରେ ରେ ମୋଟ ୧୮୧  ଟି ଆପତ୍ତି ଅଭିଯୋଗ ଆସିଥିଲା। ସେଥି ମଧ୍ୟରେ ୧୬୧  ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୧୬ ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୦୪ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା , ରେଡ଼କ୍ରସ ରୁ 0 ଜଣ ଅଭିଯୋଗ କରିଥିଲା ବେଳେ ସେଥି ମଧ୍ୟରୁ ୧୭  ତୁରନ୍ତ ସମାଧାନ ହୋଇଥିଲା 


Post a Comment

0 Comments