ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ଓ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା

 ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ଓ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ ଖେଳିବ । ନଭେମ୍ବର ୮ରୁ ଡର୍ବାନରେ ଏହି ସିରିଜ୍ ଆରମ୍ଭ ହେବ । ସେହିପରି ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍ ସରିବା ପରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳିବ ।


ନଭେମ୍ବର ୨୨ରୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ ।

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅଭିଷେକ ଶର୍ମା, ସଞ୍ଜୁ ସାମସନ (ୱିକେଟକିପର), ରିଙ୍କୁ ସିଂହ, ତିଲକ ବର୍ମା, ଜିତେଶ ଶର୍ମା (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରମଣଦୀପ ସିଂହ, ବରୁଣ ଚକ୍ରବର୍ତ୍ତୀ, ରବି ବିଷ୍ଣୋଈ, ଅର୍ଶଦୀପ ସିଂହ, ବିଜୟକୁମାର ଭ୍ୟାଶକ, ଆବେଶ ଖାନ, ୟଶ ଦୟାଲ ।

ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଯଶପ୍ରୀତ ବୁର୍ମା (ଉପଅଧିନାୟକ), ଯଶସ୍ୱୀ ଜୟସ୍ୱାଲ, ଅଭିମନ୍ୟୁ ଈଶ୍ୱରନ, ଶୁବମନ ଗିଲ, ବିରାଟ କୋହଲି, କେଏଲ ରାହୁଲ, ଋଷଭ ପନ୍ତ (ୱିକେଟ କିପର), ସର୍ଫରାଜ ଖାନ, ଧ୍ରୁବ ଜୁରେଲ (ୱିକେଟ କିପର), ଆର. ଅଶ୍ୱିନ, ରବିନ୍ଦ୍ର ଜାଡ଼େଜା, ମହମ୍ମଦ ସିରାଜ, ଆକାଶ ଦୀପ, ପ୍ରସିଦ୍ଧ କ୍ରିଷ୍ଣା, ହର୍ଶିତ ରାଣା, ନୀତିଶ କୁମାର ରେଡ୍ଡୀ, ୱାଶିଂଟନ ସୁନ୍ଦର ।
ରିଜର୍ଭ ଖେଳାଳି: ମୁକେଶ କୁମାର, ନବଦୀପ ସାଇନି, ଖାଲିଲ ଅହମଦ ।https://x.com/BCCI/status/1849852590823178575?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1849852590823178575%7Ctwgr%5E55c068b5734af0c4d8ae667fc341afdfd743a550%7Ctwcon%5Es1_c10&ref_url=https%3A%2F%2Fm.dailyhunt.in%2Fnews%2Findia%2Foriya%2Fforyou%3Fmode%3Dpwalangchange%3Dtruelaunch%3Dtrue

Post a Comment

0 Comments