ନୂଆଗାଁ ବ୍ଲକର ବିଭିନ୍ନ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ମଧ୍ୟରେ ଆରମ୍ଭ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ

 ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ମଧ୍ୟରେ ଥିବା ୪ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ମଧ୍ୟରେ ଆରମ୍ଭ ହୋଇଯାଇଛି ଚଳିତ ବର୍ଷରବାର୍ଷିକ ପରୀକ୍ଷା । ଗତିସ୍ଵର ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ମଧ୍ୟରେ ୧୮/୦୨/୨୦୨୫ ତାରିଖରେ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଯାଇଛି । ମିଳିଥିବା ସୂଚନା ମୁତାବକ ୭୧ ଜଣ ଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ କାଲି ପରୀକ୍ଷାରେ ୭୦ ଜଣ ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିବା ବେଳେ ୧ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିଲେ । 


ଆଜି ନୂଆଗାଁ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ଓ ବାହାଡଝୋଲା  ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ମଧ୍ୟରେ କଳା ବିଭାଗର ପରୀକ୍ଷା ଅନୁଷ୍ଠିତ ହେବ। 

ପ୍ରଥମ ଦିନ ବିଜ୍ଞାନ ବିଭାଗ ଛାତ୍ରଛାତ୍ରୀଙ୍କ ମାତୃଭାଷା(ଓଡ଼ିଆ) ବିଷୟର ପରୀକ୍ଷା ଥିବା ବେଳେ ବୁଧବାରଠାରୁ କଳା ଓ ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମାତୃଭାଷା(ଓଡ଼ିଆ) ବିଷୟରୁ ଆରମ୍ଭ ହେବ। ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ପରୀକ୍ଷା ହଲ୍‌କୁ ମୋବାଇଲ୍‌ ଓ ବୈଦ୍ୟୁତିକ ସାମଗ୍ରୀ ନେବା ଉପରେ କଟକଣା ଜାରି ହୋଇଛି। ପ୍ରଶ୍ନପତ୍ର ଭାଇରାଲ୍‌ କିମ୍ବା ପରୀକ୍ଷା ଚାଲିଥିବା ସମୟରେ ଯଦି ଲିକ୍‌ ହୁଏ ତେବେ ସଙ୍ଗେ ସଙ୍ଗେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଜେଲ୍‌ ସହ ଜରିମାନା ମଧ୍ୟ ହୋଇପାରେ। ଚଳିତ ବର୍ଷ ଯୁକ୍ତ୨ରେ ୩ ଲକ୍ଷ ୯୩ହଜାର ୬୧୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। କଳାରେ ସର୍ବା‌ଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬, ଧନ୍ଦାମୂଳକରେ ୫ ହଜାର ୭୨୧ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ୧୨୬୭ଟି କେନ୍ଦ୍ର ହୋଇଛି। ପରୀକ୍ଷାର ସୁପରିଚାଳନା ପାଇଁ ୨୦୫ଟି ହବ୍‌ କରାଯାଇଛି।

ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା। କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫ ଜଣ ଓ ବାଣିଜ୍ୟରେ ୨୫,୯୬୦ ଓ ଧନ୍ଦାମୂଳକରେ ୫,୭୬୫ ଜଣ ଛାତ୍ର ଛାତ୍ରୀ ଦେବେ ପରୀକ୍ଷା । ସେଥିପାଇଁ ସାରା ରାଜ୍ୟରେ ୧୧୫୦ ପରୀକ୍ଷା ସେଣ୍ଟର୍ ସହ ୨୦୨ଟି ହବ କରାଯାଇଛି। ଗତକାଲି ଠାରୁ ବିଜ୍ଞାନରେ ପରୀକ୍ଷା ଆରମ୍ଭ ହୋଇଛି । ଏଥିରେ ୧ଲକ୍ଷ ୧୬ ହଜାର ୪୪୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ।

ପ୍ରତିଦିନ ଗୋଟିଏ ସିଟିଂ ଦିନ ୧୦ ଟା ରୁ ୧ଟା ହେଉଛି ପରୀକ୍ଷା। ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବାକୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ । ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ମିଳିବ । ୫ ମିନିଟ୍ ପୂର୍ବରୁ ଦିଆଯିବ ପ୍ରଶ୍ନପତ୍ର । ପରୀକ୍ଷା ଲାଗି ଭିନ୍ନକ୍ଷମ ମାନଙ୍କୁ ଏକ ଘଣ୍ଟା ଅଧିକ ସମୟ ମିଳିବ ।ଉତ୍ତର ଖାତାରେ ନିଜର ରୋଲ୍ ନମ୍ବର, ରେଜିଷ୍ଟ୍ରେସନ୍ ନମ୍ବର ଠିକ୍ ଭାବରେ ଠିକ୍ ଜାଗାରେ ଲେଖିବାକୁ ପଡ଼ିବ । ପ୍ରଶ୍ନ ପତ୍ରର ସେଟ୍ କୋଡକୁ ନିର୍ଭୁଲ ଭାବରେ ଲେଖିବା ସହ ଉପସ୍ଥାନ ଖାତାରେ ନିଜର ରୋଲ୍ ନମ୍ବର ଦେଖି ଉପସ୍ଥାନ ଦେବେ । ପରୀକ୍ଷା ହଲକୁ କଳା ବଲ୍ ପେନ୍ ଏବଂ ଆଡମିଟ୍ କାର୍ଡ ବ୍ଯତୀତ ଅନ୍ଯ ଜିନିଷ ନେବା ନିଷେଧ କରାଯାଇଛି ।

ଉତ୍ତର ଖାତାର ସିରିୟଲ୍ ନମ୍ବର ଏବଂ ପୃଷ୍ଠା ସଂଖ୍ଯା ଭଲଭାବରେ ଦେଖିବାକୁ ପଡ଼ିବ । ପ୍ରଶ୍ନ ପତ୍ରରେ ପୃଷ୍ଠା ସଂଖ୍ଯା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ପରାମର୍ଶ ଦିଆଯାଇଛି । ଛାତ୍ରଛାତ୍ରୀଙ୍କୁ କୌଣସି ଆଡିସନାଲ ସିଟ୍ ଦିଆଯିବ ନାହିଁ । ପ୍ରଶ୍ନ ପତ୍ରରେ ରୋଲ୍ ନମ୍ବର ଛଡା ଦାଗ ବି ଲଗାଇବାକୁ ହେବନି । ନେହେଲ ଛାତ୍ରଛାତ୍ରୀ ମାନେ ମାଲପ୍ରାକ୍ଟିସ ହେବେ । ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟିମିଂର ବ୍ୟବସ୍ଥା କରାଯାଇଛି। ସୋସିଆଲ ମିଡିଆରେ ଭାଇରାଲ୍ କୌଣସି ପ୍ରଶ୍ନ ପତ୍ରକୁ ବିଶ୍ୱାସ ନ କରିବାକୁ ଉଚ ମାଧ୍ୟମ ଶିକ୍ଷା ପରିଷଦର ପକ୍ଷରୁ ପରାମର୍ଶ ଦିଆଯାଇଛି ।

Post a Comment

0 Comments