ବିଜୁ ଜନତା ଦଳ ପକ୍ଷରୁ ନୂଆଗାଁ ରେ ମହିଳା ସମାବେଶ

 


ନୟାଗଡ  ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ବିଜୁ ଭବନ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୂଆଗାଁ ବ୍ଲକ୍ ବିଜୁ ମହିଳା ପକ୍ଷରୁ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସଭାକାର୍ଯ୍ୟ  ହୋଇଥଲା।ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମହିଳା ସମାବେଶରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ  ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ  ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ରାଜ ବ୍ୟବସ୍ଥା ପ୍ରଚଳନ ,ଗ୍ରାମୀଣ ମହିଳା ସଶକ୍ତି କରଣ , ପଂଚାୟତରାଜ ବ୍ୟବସ୍ଥାରେ ମହିଳା ମାନଙ୍କ ଯୋଗଦାନ ବିଷୟରେ ବୁଝିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଦଶପଲ୍ଲା ଏନ୍ ଏ ସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ , ନୂଆଗାଁ ବ୍ଲକ୍ ପୂର୍ବତନ ବ୍ଲକ୍ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳୀ ସାହୁ,ଗଣିଆ ବ୍ଲକ୍ ମହିଳା ସଭାନେତ୍ରୀ ବୈଜୟନ୍ତୀ ବେହେରା,ନୂଆଗାଁ ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ,କୋରଡ଼ା ସରପଞ୍ଚ ନିରୁପମା ପାତ୍ର, ମାଇଛେଳି ସରପଞ୍ଚ ସ୍ୱାଗତିକା ପ୍ରିୟଦର୍ଶିନୀ  ପ୍ରଧାନ, ଢେଙ୍କେଣା ସରପଞ୍ଚ ଯୁଗଳ କିଶୋର ସାହୁ,ପୂର୍ବତନ ସରପଞ୍ଚ ଗୋଲଖ ବିହାରୀ ଗୋଚ୍ଛାୟତ  ସମେତ ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ,ସଭ୍ୟା ଯୋଗଦେଇ ଥିଲେ lଏହି ସଭାରେ ବିଭିନ୍ନ ପଞ୍ଚାୟତରୁ ଶତାଧିକ ମହିଳା ଯୋଗଦେଇଥିଲେ । 


https://youtu.be/poOsq3BVA9Y?si=jEktf4T-kBO7jcaX

Post a Comment

0 Comments