ନୟାଗଡ ଜିଲ୍ଲା ନୂଆଗାଁ ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ଜନଶୁଣାଣି ଶିବିରରେ ସମୁଦାୟ ୫୨ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିମଧ୍ୟରୁ ୪୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବା ସହ ୫ ଗୋଟି ଗ୍ରାମବାସୀଙ୍କ ଅଭିଯୋଗ ହୋଇଥିଲା। ଏଥିରୁ ୯ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା। ଅବଶିଷ୍ଟ ମାମଲା ଗୁଡିକୁ ସମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିେର୍ଦ୍ଦଶ ଦିଆଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଏସ୍. ସୁଶ୍ରୀ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ସିଡିଏମଓ ଡ. ସୁଶାନ୍ତ କୁମାର ଦାସ, ନୂଆଗାଁ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡିଓ ଡ. ଅମୃତ କୁମାର ରାଉଳ, ଅତିରିକ୍ତ ତହସିଲଦାର କବିରାଜ ସେଠୀଙ୍କ ସମେତ ବହୁ ଜିଲ୍ଲା ଏବଂ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
0 Comments