ନୟାଗଡ- ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଆନୁକୁଲ୍ୟ ରେ ଶରଣକୂଳ ସ୍ଥିତ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସର ରେ ବିଶ୍ଵ ଯୁବ ଦକ୍ଷତା ଦିବସ ୨୦୨୫ ପାଳିତ ହୋଇ ଯାଇଅଛି । ଏହି ବର୍ଷ ର ବିଶ୍ଵ ଯୁବ ଦକ୍ଷତା ଦିବସ, କୃତ୍ରିମ ବୁଦ୍ଧିମତା ଏବଂ ଡିଜିଟାଲ ଦକ୍ଷତା ଦ୍ଵାରା ଯୁବ ସଶକ୍ତିକରଣ ଉପରେ ଆଧାରିତ ଥିଲା । ଏହି ଦିବସ ପାଳନ ଅବସର ରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀଯୁକ୍ତ ମନସ୍ୱୀ ସେଠୀ, ରାଷ୍ଟ୍ରୀୟ ବୃତ୍ତି ସେବା ର ଅଧିକାରୀ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମଲ୍ଲିକ, ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଗବେଷଣା ଫେଲୋ ଶ୍ରୀ ରବି କୁମାର, ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରଶ୍ମିରଞ୍ଜନ ମିଶ୍ର,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳ ର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଆଦି ଯୋଗ ଦେଇ ନିଜର ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ । ଏହି ଅବସର ରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ଗୁଡ଼ିକର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟ ସ୍ତର ରେ ଧନ୍ଦାମୂଳକ ଶିକ୍ଷା ର ପ୍ରଚାର ଓ ପ୍ରସାର ଦିଗରେ କରିଥିବା ଦୃଷ୍ଟାନ୍ତ ମୂଳକ କାର୍ଯ୍ୟ ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଶ୍ରୀମତୀ ରୋଜାଲିନ ମିଶ୍ର ଏବଂ ଶ୍ରୀଯୁକ୍ତ ଗୌରାଙ୍ଗ ସାହୁ ଙ୍କୁ ପୁରସ୍କୃତ କରାଯାଇଥିଲା । ଦକ୍ଷତା ରୋଡ ସୋ ପରେ ନାରାୟଣ ଉଚ୍ଚ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ନୃତ୍ୟ ପରିବେଷଣ କରାଯାଇଥିଲା ଏବଂ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରସ୍ତୁତ କରାଯାଇଥିବା ହସ୍ତଶିଳ୍ପ ସାମଗ୍ରୀ ଗୁଡ଼ିକୁ ପ୍ରଦର୍ଶିତ କରାଯାଇଥିଲା । ଉକ୍ତ ସଭାରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗୋଦାବରୀ ବାସନ୍ତିଆ,ଜନାର୍ଦ୍ଦନ ପରିଡ଼ା,ପ୍ରଶାନ୍ତ ଦାସ,ଦାମୋଦର ସାହୁ,ପ୍ରଜ୍ଞା ପାରମିତା ସାହୁ,ରଶ୍ମିତା ବେହେରା,ସସ୍ମିତା ସାହୁଙ୍କ ସହ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।ଅନ୍ତିମ ରେ ପ୍ରଧାନ ଶିକ୍ଷକ ରଶ୍ମି ରଞ୍ଜନ ମିଶ୍ର ଙ୍କ ଦ୍ଵାରା ଅତିଥି ମାନଙ୍କୁ ଧନ୍ୟବାଦ୍ ଜ୍ଞାପନ କରାଯାଇଥିଲା ।
0 Comments