କୁଲୁରୁକୁମ୍ପା ହାଇସ୍କୁଲରେ ସାଇବର ସଚେତନତା ଶିବିର ଅନୁଷ୍ଠିତ

 



ବାଣୀଗୋଛା: କୁଲୁରୁକୁମ୍ପା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଅପରାହ୍ନ ୩.୩୦ ଘଟିକା ସମୟରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାଣୀଗୋଛା ଥାନା ଅଧିକାରୀଙ୍କ (IIC) ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ସାଇବର ଅପରାଧ ଏବଂ ଏଥିରୁ ସୁରକ୍ଷିତ ରହିବାର ଉପାୟ ସମ୍ପର୍କରେ ସଚେତନ କରାଯାଇଥିଲା।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏଥିରେ ବିଦ୍ୟାଳୟର ପ୍ରାୟ ୨୫୦ ଜଣ ଛାତ୍ରଛାତ୍ରୀ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟିର (SMC) ସଭାପତି ଓ ସଦସ୍ୟବୃନ୍ଦ, ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, କର୍ମଚାରୀ ତଥା ବାଣୀଗୋଛା ଥାନାର ପୋଲିସ କର୍ମଚାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ସଫଳ କରିବାରେ ସହଯୋଗ କରିଥିଲେ।

Post a Comment

0 Comments