ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

 


ନୂଆଗାଁ (ନୟାଗଡ଼): ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ନୂଆଗାଁ ପରିସରରେ ଶନିବାର ପବିତ୍ର ଗୁରୁ ଦିବସ ଉପଲକ୍ଷେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଓ ଅବସରପ୍ରାପ୍ତ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଦ୍ୟାଳୟ ତଥା ନୂଆଗାଁ ଅଞ୍ଚଳର ବରିଷ୍ଠ ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ସମ୍ମାନିତ କରାଯାଇଥିଲା।

ସମ୍ବର୍ଦ୍ଧିତ ଶିକ୍ଷକମାନଙ୍କ ମଧ୍ୟରେ ଉକ୍ତ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ପ୍ରସନ୍ନ କୁମାର ପରିଡ଼ା, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଫୁଲ୍ଲ କୁମାର ମିଶ୍ର, ନୂଆଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ, ନୂଆଗାଁ ପ୍ରାଥମିକ ବିଦ୍ୟାଳୟରୁ ଅବସର ନେଇଥିବା ଶିକ୍ଷକ ମୁରଲୀଧର ନାୟକ ଏବଂ ଶିକ୍ଷକତା ପରେ ବିଦ୍ୟାଳୟ ନିରୀକ୍ଷକ ଭାବେ ଅବସର ଗ୍ରହଣ କରିଥିବା ପ୍ରଫୁଲ୍ଲ କୁମାର ବାରିକ ଉପସ୍ଥିତ ଥିଲେ।

ପ୍ରାରମ୍ଭରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପାରମ୍ପରିକ ରୀତିରେ ଗୁରୁ ପୂଜନ କରାଯାଇଥିଲା। ପରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭୀମସେନ ଦାସ ଅତିଥି ତଥା ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ବିଦ୍ୟାଳୟର ଅନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Post a Comment

0 Comments