ତାରିଖ: ୨ ଅକ୍ଟୋବର
ନିଜସ୍ୱ ପ୍ରତିନିଧି: ସ୍ଥାନୀୟ ପିଏମ୍ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ପୀତବାସ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଏହି ସ୍ମୃତି ଚାରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ଓ ଶିକ୍ଷକ-ଶିକ୍ଷୟତ୍ରୀମାନେ ପୂଜ୍ୟପୂଜା ପରମ୍ପରା ଅନୁଯାୟୀ ମହାତ୍ମା ଗାନ୍ଧୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଅଧ୍ୟକ୍ଷ ଶ୍ରୀଯୁକ୍ତ ଲେଙ୍କା ନିଜ ବକ୍ତବ୍ୟରେ ଉଭୟ ମହାନାୟକଙ୍କ ଅହିଂସା, ସତ୍ୟ, ସରଳତା ଓ ଦେଶପ୍ରେମର ଆଦର୍ଶ ଉପରେ ଆଲୋକପାତ କରି ବିଦ୍ୟାର୍ଥୀମାନଙ୍କୁ ସେମାନଙ୍କ ପଦାଙ୍କ ଅନୁସରଣ କରିବାକୁ ଆହ୍ୱାନ ଦେଇଥିଲେ।
ଏହି ସମାରୋହରେ ପ୍ରଥମ ଶ୍ରେଣୀଠାରୁ ଆରମ୍ଭ କରି ଯୁକ୍ତ ଦୁଇ (+2) ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ଉତ୍ସାହର ସହିତ ଯୋଗଦେଇଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା ସହ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରାଯାଇ କାର୍ଯ୍ୟକ୍ରମ ସାଙ୍ଗ ହୋଇଥିଲା।



0 Comments