କୋରଡ଼ା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ
କୋରଡ଼ା, ୨ ଅକ୍ଟୋବର: ସ୍ଥାନୀୟ କୋରଡ଼ା ପଞ୍ଚାୟତ ହାଇସ୍କୁଲ ପରିସରରେ ଶାନ୍ତି, ଅହିଂସା ଓ ସତ୍ୟର ପୂଜାରୀ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି।
ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଦିଲୀପ କୁମାର ଖଣ୍ଡୁଆଳଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ବାପୁଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପ୍ରଧାନଶିକ୍ଷକ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ, ତ୍ୟାଗ ଓ ଦେଶ ଗଠନରେ ତାଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରି ଛାତ୍ରଛାତ୍ରୀମାନଙ୍କୁ ସତ୍ୟ ଓ ଅହିଂସାର ପଥ ଅନୁସରଣ କରିବାକୁ ପ୍ରେରଣା ଦେଇଥିଲେ।
ଏହି ସମାରୋହରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପରିଶେଷରେ ସ୍ୱଚ୍ଛତା ଓ ଶାନ୍ତିର ବାର୍ତ୍ତା ସହ କାର୍ଯ୍ୟକ୍ରମ ସାଙ୍ଗ ହୋଇଥିଲା।




0 Comments